ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ
ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଛତାମଖନା ଠାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ସ୍ଥାନୀୟ ଗେଟ ସରୋବରପଡ଼ାର ଶାନ୍ତନୁ ପାଣିଗ୍ରାହୀଙ୍କ ପୁଅ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ । ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ କୌଣସି କାମ ପାଇଁ ସେ ଛତାମଖନା ଯାଇଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଂଚି ମୃତକଙ୍କ ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଛି । ଆଜି ବଲାଙ୍ଗିର ଶବ ବ୍ୟବଚ୍ଛେଦ ଗୃହରେ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି ଓ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି ।
