ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଖୋର୍ଦ୍ଧା : ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଜଣ ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ନିମୁନା ଗାଁର ଅଶୋକ ନାୟକ (୩୪) ବୋଲି ଜଣାପଡିଛି । ହତ୍ୟା ପରେ କେହି ଦୁବୃର୍ତ୍ତ ତାଙ୍କୁ କୂଅରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି ।
ସୂଚନା ଯେ, ନିମୁନା ଗାଁର ରାଜ କିଶୋର ନାୟକଙ୍କ ପୁତ୍ର ଅଶୋକଙ୍କ ମୃତଦେହ ଏକ ପରିତ୍ୟକ୍ତ କୂଅରୁ ଉଦ୍ଧାର କରାଯାଉଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବେଚ୍ଛଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ । ସେପଟେ ପରିବାର ଲୋକେ ଏହାକୁ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରୁଛନ୍ତି । ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।
