କାର୍-ଅଟୋ ମୁହାଁମୁହିଁ ଧକ୍କା : ୩ ମୃତ, ୫ ଆହତ
ସୋନପୁର : ସୋନପୁର ଜିଲା ୫୭ ନମ୍ବର ଜାତୀୟ ରାଜପଥ ଖାରି ନିକଟରେ କାର୍- ଅଟୋ ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଯେ, ଏକ ଅଟୋ ଯାତ୍ରୀଙ୍କୁ ନେଇ ବଲାଙ୍ଗୀର ପଟୁ ସୋନପୁର ଆସିଥିବା ବେଳେ ଏକ କାର୍ ସୋନପୁର ଆଡ ଆସୁଥିଲା । ଏହା ସମୟରେ ଉଭୟ ଗାଡି ନିଜ ନିଜର ନିୟନ୍ତ୍ରଣ ହରାଇ ମୁହାଁ ମୁହାଁ ଧକ୍କା ହୋଇଥିଲେ । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାଗ୍ରସ୍ତ କାର୍ଟି ଜଣେ ପୋଲିସ ଅଧିକାରୀଙ୍କୁ ବୋଲି ସୂଚନା ମିଳିଛି । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ତଥ୍ୟ ମିଳିନାହିଁ ।
