ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା : ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ୫ ଦିନିଆ ପୋଲିସ ରିମାଣ୍ଡରେ
ବଙ୍ଗୋମୁଣ୍ଡା : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନ ସାଇନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ସ୍କୁଲର ମାଲିକ ଗୋବିନ୍ଦ ସାହୁଙ୍କୁ ଆଜି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରିଥିଲା ବଲାଙ୍ଗିର ପୋଲିସ । ପୋଲିସ ପକ୍ଷରୁ ଅଭିଯୁକ୍ତ ଗୋବିନ୍ଦଙ୍କୁ ୭ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରାଯାଇଥିବା ବେଳେ ୫ ଦିନ ପାଇଁ ପୋଲିସ ରିମାଣ୍ଡକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି କୋର୍ଟ ।
ଆଜି ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରିବା ପରେ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ ମାନ୍ୟବର କୋର୍ଟ।ତେବେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ କେରାଯିବା ପରେ ତାଙ୍କୁ ପୋଲିସ ହେପାଜତରେ ରଖାଯିବା ନେଇ ସୂଚନା ମଳିଛ। ରାତି ୯ ଟାରେ ଗୋବିନ୍ଦଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଆଣାଯାଇଛି।
