କାଳବୈଶାଖୀ ସମ୍ଭାବନା, ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ନେଇ ୫ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ଆଜି ବିଭିନ୍ନ ଜିଲ୍ଲାରେ ଘଡଘଡି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏସମ୍ପର୍କରେ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଜିଲାଗୁଡ଼ିକରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ । ତେବେ ଆଭ୍ୟନ୍ତରୀଣ ଓଡିଶାର ଜିଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ ।
