ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ ଆଜି କଣ ରହିଛି ଦର
ନୂଆଦିଲ୍ଲୀ : ଆଜି ସୁନା ଦରରେ ହୋଇଛି ପରିବର୍ତ୍ତନ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୭୫୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୮୫୦ ଟଙ୍କା ଓ ୫୮,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୪୦୦ ଟଙ୍କା ଓ ୫୮,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୩୭୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୮୫୦ ଟଙ୍କା ଓ ୫୮,୭୬୦ ଟଙ୍କା ରହିଛି। ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୮୫୦ ଟଙ୍କା ଓ ୫୮,୭୫୦ ଟଙ୍କା ହୋଇଛି।
