ଖଡ଼ିଆଳର ପୂର୍ବତନ ବିଧାୟକ କପିଲ ନାରାୟଣ ତିୱାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ଖଡ଼ିଆଳର ପୂର୍ବତନ ବିଧାୟକ କପିଲ ନାରାୟଣ ତିୱାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ବରିଷ୍ଠ ରାଜନେତା ତଥା ଖଡ଼ିଆଳ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କପିଳ ନାରାୟଣ ତିୱାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ଉନ୍ନତି ସହ ଲୋକଙ୍କ କଲ୍ୟାଣ ପାଇଁ ତାଙ୍କର ଥିଲା ସମର୍ପିତ ଉଦ୍ୟମ । ତାଙ୍କ ଅମର ଆତ୍ମର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
