ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏଥି ସହିତ ପୂଜାର୍ଚ୍ଚନା ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗସ୍ତ ପାଇଁ ମନ୍ଦିର ଚାରିପଟେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହିତ ଏଠାକାର ଭିତ୍ତିଭୂମି ମଧ୍ୟ ଦେଖିଛନ୍ତି। ମୁଖ୍ୟମନ୍ତ୍ରୀ ପାଖାପାଖି ୧୫ ମିନିଟ ପର୍ଯ୍ୟନ୍ତ ଲିଙ୍ଗରାଜ ମନ୍ଦିର ପରିସରରେ ରହିଥିଲେ।
ଲିଙ୍ଗରାଜଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ସ୍ୱାସ୍ଥ୍ୟବସ୍ଥା ନେଇ ଉଠିଥିବା ଗୁଜବ ଉପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଯେବେ ଯେବେ ନିର୍ବାଚନ ଆସେ ଏମିତି ଗୁଜବ ଉଠେ ବୋଲି ସେ କହିଛନ୍ତି । ନିର୍ବାଚନ ଆସିଲେ ମୋ ସ୍ୱାସ୍ଥ୍ୟାବସ୍ଥା ନେଇ ଏମିତି ଗୁଜବ କରାଯାଏ । ମୁଁ ସମ୍ପୂର୍ଣ୍ଣ ଫିଟ୍ ଅଛି, ରାଜ୍ୟବାସୀଙ୍କ ସେବାରେ ଅଛି ଏବଂ ବହୁତ ଖୁସି ଅଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ବାଚନ ବେଳେ ଏପରି ଗୁଜବ ହେଲେ ବିଜେଡି ଭଲ ପ୍ରଦର୍ଶନ କରେ । କରେନାକୁ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କରୋନା ଏବେ ବି ଅଛି । ତେଣୁ ଗାଇଡ୍ଲାଇନ୍ ମାନନ୍ତୁ ଏବଂ ମାସ୍କ ପିନ୍ଧନ୍ତୁ ବୋଲି ସେ ଲୋକଙ୍କୁ ନିବେଦନ କରିଛନ୍ତି ।
