ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବ୍ରହ୍ମଗିରି ଗସ୍ତ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ
ପୁରୀ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଜିଲାପାଳ ସମର୍ଥ ବର୍ମା ଆଜି ବ୍ରହ୍ମଗିରି ଯାଇ ନିଜେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିପାରନ୍ତି ବୋଲି ସୂଚନା ରହିଛି ।
