ରାଜ୍ୟବାସୀ କରୋନାକୁ ନେଇ ଆତଙ୍କିତ ହୁଅନ୍ତୁ ନାହିଁ – ସ୍ୱାସ୍ଥ୍ୟ ନିର୍ଦେଶକ
ଭୁବନେଶ୍ୱର : କରୋନାକୁ ନେଇ ରାଜ୍ୟବାସୀ ଅଯଥାରେ ଆତଙ୍କିତ ହୁଅନ୍ତୁ ବୋଲି ନାହିଁ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି । ସାମ୍ବାଦିକ ମାନଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଏଫ୍.୭ ଭାରିଏଣ୍ଟଟି ଦୁଇ ବର୍ଷ ହେଲାଣି ଅଛି । ଯେହେତୁ ଏହା ଚାଇନାରେ ବଢୁଛି ତେଣୁ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଯଦିଓ ଏହାର ସଂକ୍ରମଣ କ୍ଷମତା ଅଧିକ ଅଛି, କିନ୍ତୁ ଏହାର ଫାଟାଲିଟି ଓ ମୋଟାଲିଟି ବିଶେଷ ନାହିଁ । ସେ କହିଛନ୍ତି ଯେ ୩ ମାସରୁ ଅଧିକ ହେଲାଣି ରାଜ୍ୟରେ ପଜେଟିଭ ରେଟ ବଢ଼ିନାହିଁ । ସେ କହିଛନ୍ତି ଯେ ରାଜ୍ୟ ସରକାର ବାରମ୍ବାର ଅନୁରୋଧ କରୁଛନ୍ତି ଯେ କରୋନା ଲକ୍ଷଣ ଯାହା ମଧ୍ୟରେ ଦେଖା ଦେଉଛି ସେ ତୁରନ୍ତ ଟେଷ୍ଟିଂ କରାନ୍ତୁ । ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ମଜଭୁତ ଅଛି । ଆବଶ୍ୟକ ହେଲେ ରାଜ୍ୟରେ ବେଡ଼ ବଢାଯିବ । ସେ କହିଛନ୍ତି ଯେ ବିଗତ ୪ଟି ଲହର ପାଇଁ ଆମର ରୋଗ ପ୍ରତିରୋଧକ ଶକ୍ତି ଅଧିକ ଅଛି । ତେଣୁ ଏହା ଅଧିକ ସଂକ୍ରମିତ କରିପାରିବ ନାହିଁ । ଆଗକୁ ଯଦି ସଂକ୍ରମଣ ଆସେ କିପରି ମୁକାବିଲା କରାଯିବ ସେନେଇ ଆମେ ପ୍ରସ୍ତୁତ ହୋଇ ଅଛୁ । ସମସ୍ତଙ୍କୁ ଅନୁରୋଧ ଲୋକଙ୍କୁ ଭୟଭୀତ କଲାଭଳି ମନ୍ତବ୍ୟ ଦିଅନ୍ତୁ ନାହିଁ ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ ୨୭ ତାରିଖରେ ମକ୍ ଡ୍ରିଲ୍ ହେବ । ଆନ୍ତର୍ଜାତିକ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସରକାର ଗାଇଡ ଲାଇନ ଜାରି କରିଛନ୍ତି । ଓଡ଼ିଶାକୁ ସିଧାସଳଖ ଭାବରେ ଅନ୍ତର୍ଜାତୀୟ ବିମାନ ଆସୁନାହିଁ । ତେଣୁ କିଏ ଆସିଲେ ଗାଇଡ ଲାଇନ ହିସାବରେ ଟେଷ୍ଟ କରାଯିବ ।
