ସଦଭାବନା ମାନସିକ ଅନଗ୍ରସର ବିଦ୍ୟାଳୟରେ ପୋଷାକ ଓ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ
କେନ୍ଦୁଝର : ଅଦ୍ୟ ତା ୧୩.୦୧.୨୦୨୩ ରିଖ ଦିନ ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ କେନ୍ଦୁଝର ଜିଲ୍ଲା ନରଣପୁର ସ୍ଥିତ ମାନସିକ ଅନଗ୍ରସର ସ୍ୱତନ୍ତ୍ର ବିଦ୍ୟାଳୟ ର ୬୫ ଜଣ ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଏବଂ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜଗନ୍ନାଥ ମୁଦି ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଏବଂ ଶୀତବସ୍ତ୍ର (ସ୍ୱେଟର) ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ବିଧୁ ଭୂଷଣ ପଟ୍ଟନାୟକ, କାର୍ଯ୍ୟକ୍ରମ ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରମୋଦ କୁମାର ଦାସ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟଳୟର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ । ଏହି ପୋଷାକ ବିତରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।
