ଯୁକ୍ତ୨ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଛାତ୍ରଛାତ୍ରୀଙ୍କ ସଫଳତା ଓ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି ନବୀନ। ସୂଚନାଯୋଗ୍ୟ ଯେ, ଆଜିଠାରୁ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଛି । ଧନ୍ଦାମୂଳକ ପରୀକ୍ଷା ମଧ୍ୟ ଆରମ୍ଭ ହୋଇଛି । ସାଢେ ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି।
