ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଥିବା ସମ୍ଭବଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଚଳିତବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଥିବା ପ୍ରତିଭାମାନଙ୍କ ମଧ୍ୟରେ ଓଡ଼ିଶାର ସମ୍ଭବ ମିଶ୍ର ଅଛନ୍ତି। କଳା, ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୨୦୨୩ ବର୍ଷ ଲାଗି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପାଇଥିବା କଟକର ମେଧାବୀ ଛାତ୍ର ସମ୍ଭବଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ସମ୍ଭବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
