ଗୁରୁଦିବସରେ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଭିତ୍ତିଭୂମି ରୂପାନ୍ତରୀକରଣ ସମସ୍ତଙ୍କ ପାଇଁ ବିପୁଳ ସମ୍ଭାବନା ସୃଷ୍ଟି କରିଛି। ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ଏହାକୁ ସୁଯୋଗରେ ପରିବର୍ତ୍ତନ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଆହ୍ଵାନ କରିଛନ୍ତି ।
