ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ଶୋକ ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତ ବିଧାୟକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) March 19, 2023
ଝାରସୁଗୁଡ଼ାରୁ ତିନି ତିନି ଥର ବିଧାୟକ ହୋଇଥିବା ବୀରେନ୍ଦ୍ର ପାଣ୍ଡେଙ୍କ ଆଜି ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଥିଲା ।
