ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନ୍ । ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୀରାବେନଙ୍କ ଦେହାନ୍ତ ହୋଇଛି । ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ସେ ଅହମଦାବାଦର ୟୁଏନ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ତାଙ୍କ ବିୟୋଗ ନେଇ ଆଜି ସକାଳେ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପ୍ରଧାନମନ୍ତ୍ରୀ ମୋଦି ଓ ଅନ୍ୟ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ତରଫରୁ ହୀରାବେନଙ୍କ ଶେଷକୃତ୍ୟରେ ସାମିଲ ହେବା ପାଇଁ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
