ବିଏସଇର ଓପନିଂ ବେଲ ବଜାଇଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ : ମୁମ୍ବାଇ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବମ୍ବେ ଷ୍ଟକ ଏକ୍ସଚେଞ୍ଜ -ବିଏସ ଇ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ସେଠାରେ ସେ ଓପନିଂ ବେଲ୍ ବଜାଇଛନ୍ତି । ବିଏସଇରେ ଓପନିଂ ବେଲ ବାଜିବା ପରମ୍ପରା ରହିଆସିଛି । ଓପନିଂ ବେଲ ବାଜିବାର ୧୫ ମିନିଟ ପରେ ଟ୍ରେଡିଂ ଆରମ୍ଭ ହୋଇଥାଏ । ବିଭିନ୍ନ ବ୍ୟକ୍ତି ବିଶେଷ ମଧ୍ୟ ଓପନିଂ ବେଲ୍ ବଜାଇଥାନ୍ତି । ଓଡ଼ିଶା ଇନଭେଷ୍ଟର୍ସ ମିଟ୍ରେ ଯୋଗ ଦେବାକୁ ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ମୁମ୍ବାଇ ଗସ୍ତରେ ଯାଇଥିଲେ । ଆଜି ସେ ଓଡିଶା ଫେରିବେ ।
ସୂଚନା ଯେ, ମୁମ୍ବାଇରେ ଅନୁଷ୍ଠିତ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ରେ ଯୋଗ ଦେବାକୁ ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ମୁମ୍ବାଇ ଗସ୍ତରେ ଯାଇଥିଲେ । ଆଜି ସେ ଓଡିଶା ପ୍ରତ୍ୟାବର୍ତ୍ତନ କରିବେ । ଗତ ୧୪ ତାରିଖରେ ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍ରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଅନେକ ପୁଞ୍ଜିପତିଙ୍କ ସହ ଆଲୋଚନା କରିଥିଲେ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ଓ ମେକ ଇନ୍ ଓଡିଶା ୨୦୨୨ ସଂସ୍କରଣରେ ସାମିଲ ହେବା ପାଇଁ ନିବେଦନ କରିଥିଲେ । ନବୀନ ପ୍ରଥମେ ବିଶିଷ୍ଟ ଶିଳ୍ପପତି ତଥା ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ଓ ‘ୱାରେ ଇଞ୍ଜିନିୟର୍ସ ଲିଃ.’ର ଅଧ୍ୟକ୍ଷ ହିତେଶ ଚିମନଲାଲ ଦୋଶୀଙ୍କୁ ଭେଟିଥିଲେ । ଓଡ଼ିଶାରେ ଅଧିକ ପୁଞ୍ଜି ବିନିଯୋଗ ହେଲେ ନିଯୁକ୍ତିର ସୁଯୋଗ ମଧ୍ୟ ବଢ଼ିବ । ଯାହାଫଳରେ ଅର୍ଥନୀତି ସଦୃଢ଼ ହୋଇ ପାରିବ । ଦୁବାଇ, ଅହମ୍ମଦାବାଦ, ଦିଲ୍ଲୀ ପରେ ନବୀନ ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିଛନ୍ତି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ର ତୃତୀୟ ସଂସ୍କରଣ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ମୁମ୍ବାଇ ପରେ ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ହେବାର କାର୍ଯ୍ୟକ୍ରମ ରହିଛି । ପରବର୍ତ୍ତୀ ସମୟରେ ଚେନ୍ନାଇ, କୋଲକତା ଆଦି ସ୍ଥାନରେ ଏହି ସମ୍ମିଳନୀ କରାଯିବ ।
