୨୨ରେ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିବେ ନବୀନ, ହେବେ ଦେଶର ଦ୍ୱିତୀୟ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବଶୀଘ୍ର ଆଉ ଏକ ରେକର୍ଡ ତାଲିକାରେ ନାଁ ଯୋଡିବାକୁ ଯାଉଛନ୍ତି । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ଆସନ୍ତା ଜୁଲାଇ ୨୨ରେ ଜ୍ୟୋତି ବସୁଙ୍କୁ ପଛରେ ପକାଇବେ ନବୀନ । ପ୍ରଥମ ସ୍ଥାନରେ ରହିଛନ୍ତି ସିକିମ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ପଓ୍ଵନ କୁମାର ଚାମଲିଙ୍ଗ ।
୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ ।ଲଗାତର ୫ଥର ମୁଖ୍ୟମନ୍ତ୍ରୀ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି । ୨୩ ବର୍ଷ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ନବୀନ । ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ଆସନ୍ତା ଜୁଲାଇ ୨୨ରେ ଏହି ରେକର୍ଡକୁ ଭାଙ୍ଗିବେ ନବୀନ ।
