ପିପିଲି ଉପନିର୍ବାଚନ ପାଇଁ ପୁରୀରେ ଆଦର୍ଶ ଆଚରଣବିଧି ଲାଗୁ
ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣବିଧି ଲାଗୁ । ବିଭିନ୍ନ ରାଜନୈତିକ ଦଳ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ପରାମର୍ଶ କ୍ରମେ ନିର୍ବାଚନ ଆୟୋଗ ପିପିଲି ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ଜାରି କରିଛନ୍ତି।
ମହାମାରୀ କୋଭିଡ୍ ପାଇଁ ସ୍ଥଗିତ ଥିବା ପିପିଲି ବିଧାନସଭା ଉପ-ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନ ଗତ ୪ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ଘୋଷଣା ସହ ଗତ ୪ ତାରିଖଠାରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ, ୩ ଅକ୍ଟୋବରରେ ଗଣତି ହୋଇ ଅକ୍ଟୋବର ୫ ତାରିଖ ଦିନ ନିର୍ବାଚନ ପ୍ରକ୍ରିୟା ସଂପନ୍ନ ହେବ । ଏଣୁ ଅକ୍ଟୋବର ୫ ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହେବ ।
