ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଭୁବନେଶ୍ୱର : ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓଡ଼ିଶାରେ ରାଜ୍ୟ ସଭାପତି ଭାବେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ସାଂସଦ ମନମୋହନ ସାମଲଙ୍କୁ ନିଯୁକ୍ତି ଦେଇଛନ୍ତି । ଏହି ଅବସରରେ ଆଜି ଅପରାହ୍ନ ୩ଟା ୩୦ ମିନିଟ ସମୟରେ ରାଜ୍ୟ କାର୍ଯ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାମାନେ ଉପସ୍ଥିତ ରହିବେ ।
ମନମୋହନଙ୍କ ପାଇଁ ଏହି ଦାୟିତ୍ୱ ନୂଆ ନୁହେଁ । ପୂର୍ବରୁ ମଧ୍ୟ ରାଜ୍ୟ ବିଜେପିର ସଭାପତି ଦାୟିତ୍ୱ ତୁଲାଇଛନ୍ତି ମନମୋହନ । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଧାମନଗରର ବିଧାୟକ ଥିବା ମନମୋହନ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ମଧ୍ୟ ରହି ସାରିଛନ୍ତି । ଧାମନଗର ଉପ-ନିର୍ବାଚନରେ ଦଳର ବିଜୟରେ ମନମୋହନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଯେଉଁଥିପାଇଁ ତାଙ୍କୁ ସଭାପତି ପଦ ପୁରସ୍କାରରେ ମିଳିଛି । ମନମୋହନଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇବ ।
