ରାଜ୍ୟରେ ଖସୁଛି କରୋନା, ଆଉ ୬୮ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ୨୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିଭଳି ଏହି ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର । ଏହାକୁ ମିଶାଇ ରାଜ୍ୟର ମୋଟ କୋଭିଡ୍ ମାମଲା ୧୨,୮୬,୬୯୪କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୭୬,୬୭୫ ଜଣ ସୁସ୍ଥ ହୋଇଥିବାବେଳେ ୮୫୧ଜଣ ଚିକିତ୍ସାଧିନ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୪ଜଣ, ବାଲେଶ୍ୱରରୁ ୩ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୪ଜଣ, ଗଜପତିରୁ ୭ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ୨ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୪ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୨ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଓ ରାଜ୍ୟ ପୁଲ୍ରୁ ଜଣେ ରହିଛନ୍ତି ।
