ରାଜ୍ୟରେ କରୋନାର କାୟା ବିସ୍ତାର ! ଆଉ ୫୭୬ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱରରେ କମିଲା, କଟକ ଓ ପୁରୀରେ ବଢ଼ିଲା ସଂକ୍ରମଣ
ଭୁବନେଶ୍ୱର : ରାଜ୍ୟରେ କରୋନାର କାୟା ବିସ୍ତାର ହାବରେ ଲାଗିଛି । ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ପାରି ହେଉଛି । ସେହିପରି ଭୁବନେଶ୍ୱରରେ କରୋନା ସଂକ୍ରମଣ କମିଥିବା ବେଳେ, କଟକ ଓ ପୁରୀରେ ବଢ଼ିଥିବା ପରିଲକ୍ଷିତ ହୋଇଛି । ଗତ ୧୨ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩ ଅଙ୍କରୁ ତଳକୁ ଖସୁନଥିବା ବେଳେ ରବିବାର ମଧ୍ୟ ୫୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ଶନିବାର ୫୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୭ଟି ଜିଲାରୁ ୫୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୩ଟି ଜିଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୩୫୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 9th July
— I & PR Department, Odisha (@IPR_Odisha) July 10, 2022
New Positive Cases: 576
Of which 0-18 years: 69
In quarantine: 337
Local contacts: 239
(Details of local contacts will be shared by concerned District)
1. Angul: 1
2. Balasore: 16
3. Bargarh: 2
4. Bhadrak: 6
5. Balangir: 2
6. Boudh: 1
ନୂତନ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧ ଜଣ, ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୮ ଜଣ, ଦେବଗଡ଼ରରୁ ୪ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୦୪, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୩୭ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୪୨ ଜଣ ଓ ରାଜ୍ୟ ପୁଲରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୯୩,୫୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩,୦୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୮୧,୨୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୨,୨୯,୬୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
