ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀ, ୪ଟି ସ୍ଥାନରେ ରେଡ୍
କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡ୍ରେନେଜ ଡିଭିଜନର ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । କଟକ ଓ ଭୁବନେଶ୍ୱରରେ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । କଟକ ଗଣ୍ଡରପୁର ସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଲା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ୱାରେଣ୍ଟ ବଳରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୪ ଜଣ ଡିଏସ୍ପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । କିନ୍ତୁ ଚଢାଉରେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ମଧ୍ୟ ସୂଚନା ମିଳିଛି ।
