ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକଙ୍କ ଦିନିକିଆ ମୟୁରଭଞ୍ଜ ଗସ୍ତ
ବାରିପଦା : ସୂଚନା ଓ ଲୋକ ସମ୍ପର୍କ ବିଭାଗର କେନ୍ଦ୍ରାଂଚଳ, (କଟକ) ଉପ ନିର୍ଦ୍ଦେଶକ ହେମନ୍ତ କୁମାର ନାୟକ ଦିନିକିଆ ମୟୁରଭଂଜ ଗସ୍ତରେ ଆସି ମୟୁରଭଂଜ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ଏହି ଅବସରରେ ଭାରପ୍ରାପ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିକାଶ ରଂଜନ ମହାନ୍ତି, ଅବସର ପ୍ରାପ୍ତ ପୂର୍ବତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବୀନ୍ଦ୍ର କୁମାର ନାୟକ ଏବଂ କାର୍ଯ୍ୟାଳୟର କର୍ମଚାରୀ ବୃନ୍ଦ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । କାର୍ଯ୍ୟାଳୟ ପରିଦର୍ଶନ ଅବସରରେ ସେ ବିଭିନ୍ନ ନଥିପତ୍ର ତନଖି କରିଥିଲେ । କାର୍ଯ୍ୟାଳୟ ଗୃହ ବୁଲି ଦେଖିବା ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ । ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମହାନ୍ତି କାର୍ଯ୍ୟାଳୟର ବିଭିନ୍ନ ସମସ୍ୟା ବିଷୟରେ ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ସେ ଏହାର ସମାଧାନ ଦିଗରେ ଉଚ୍ଚ କତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ପୂର୍ବକ ଆବଶ୍ୟକୀୟ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଛନ୍ତି । ଏହି ଗସ୍ତ କାଳରେ ସେ ଉଦଳା ଉପଖଣ୍ଡର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ତଥା ଉଦଳା ସୂଚନା କେନ୍ଦ୍ର ପରିଦର୍ଶନ କରି ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ପ୍ରଧାନଙ୍କ ସହିତ କାର୍ଯ୍ୟାଳୟ ସମ୍ପର୍କିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ।
