ଗଣମାଧ୍ୟମ ପ୍ରତିନିଧିଙ୍କୁ ଉସକାଉଛନ୍ତି ଧର୍ମେନ୍ଦ୍ର ପ୍ରଧାନ – ସିଇଓଙ୍କୁ ଫେରାଦ ହେଲା ବିଜେଡି
ବରଗଡ଼ : ପଦମପୁରରେ ପ୍ରଚାର ବେଳେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ମହିଳା ପ୍ରତିନିଧିଙ୍କୁ ଉସୁକାଉଥିବା ଅଭିଯୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି । ଗତ ୨୯ ତାରିଖରେ ପ୍ରଚାରବେଳେ କେନ୍ଦ୍ରମନ୍ତ୍ରୀ ଗଣମାଧ୍ୟମର ମହିଳା ପ୍ରତିନିଧିଙ୍କୁ ରାଜ୍ୟର କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ମାଡ ମାରିବାକୁ କହୁଥିବାର ଦେଖିବାକୁ ମିଳିଥିଲା । ଯାହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି । ବିଜେଡି ଏହାର କଡ଼ା ନିନ୍ଦା କରିବା ସହ ଧର୍ମେନ୍ଦ୍ରଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛି । ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ୱରେ ସୁଲତା ଦେଓ , ଲେଲିନ୍ ମହାନ୍ତି, ଇପସିତା ସାହୁ, ମଧୁସ୍ମିତା ନାୟକ ପ୍ରମୁଖ ସିଇଓଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ ।
