ଦେଶରେ ଉପରମୁହାଁ କରୋନା ! ଦିନକରେ ୧୭୦୯୨ ସଂକ୍ରମିତ ଓ ୨୯ ମୃତ
ନୂଆଦିଲ୍ଲୀ : ଦେଶରେ ଉପରମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯ ମୃତ୍ୟୁ ରେକର୍ଡ କରାଯାଇଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୯୫୬୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୫୧ ହଜାର ୫୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ସେପଟେ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ଫଳରେ ଦେଶରେ ମୋଟ୍ ୫୨୫୧୬୮ଜଣ କରୋନାରେ ପ୍ରାଣ ହରାଇଲେଣି । ଯାହାକି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୮୪,୮୦,୦୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୩୨,୯୦,୨୦୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୧୨,୫୭୦ଟି ନମୁନା
