ହୀରାକୁଦ ଡ଼୍ୟାମର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର : ଉପର ମୁଣ୍ଡରେ ବର୍ଷାର ପରିମାଣ ହ୍ରାସ ପାଇଛି । ଫଳରେ ଆଜି ସଂନ୍ଧ୍ୟା ୬ଟା ସୁଦ୍ଧା ମୋଟ୍ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୭ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୮୭ ହଜାର ୧୨୬ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୧୦ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୮୭ ହଜାର ୧୨୬ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ସଂନ୍ଧ୍ୟା ୬ଟା ସୁଦ୍ଧା ୬୨୯.୬୫ ଫୁଟ୍ ରହିଛି ।
