ହୀରାକୁଦରୁ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର : ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବଢିବାର ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ୨୪ଟି ଗେଟ୍ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ୱରେ ୧୬ ଏବଂ ଡାହାଣ ପାର୍ଶ୍ୱରେ ୮ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି ।
ସୂଚନା ଯେ, ବର୍ତ୍ତମାନ ୨୪ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୩୫ ହଜାର ୭୯୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୪ ଲକ୍ଷ ୨୩ ହଜାର ୦୮୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ୬୨୮.୩୯ ଫୁଟ ଜଳସ୍ତର ରହିଛି ।
