ଖୋଲିଲା ଆଉ ୪ଟି ଗେଟ୍, ହୀରାକୁଦର ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଡ୍ୟାମ୍ର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ ଜାରି ରହିଛି ।
ତେବେ ଗୁରୁବାର ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧, ୫୦, ୪୧୯ କ୍ୟୁସେକ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୨,୨୦, ୪୧୮ କ୍ୟୁସେକ ଜଳ । ହୀରାକୁଦର ମୋଟ ଏବେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
