ଲଘୁଚାପ ପ୍ରଭାବରେ ଆଜି ୯ ଜିଲାରେ ଛେଚିବ ବର୍ଷା, ବିଭାଗ ପକ୍ଷରୁ ଏହି ସବୁ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଘୂର୍ଣ୍ଣବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ମଙ୍ଗଳବାର ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଖାସ୍ କରି ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହୋଇଛି।
ସୂଚନା ଅନୁଯାୟୀ, ଆଜି ଓ ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଶେଷ କରି ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଆଦି ଜିଲାର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ତି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମ୍ଭାବନା ଥିବାରୁ ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଆସନ୍ତା ଗୁରୁବାର ଦିନ ନୂଆପଡ଼ା, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ତି ଓ ବଲାଙ୍ଗୀର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଥିବାରୁ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ପ୍ରକାଶ ଥାଉ କି, ଏହି କିଛି ଦିନର ବର୍ଷା ପରେ ୨୮ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି। ଫଳରେ ରାଜ୍ୟରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି।
