କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ
ଭୁବନେଶ୍ୱର : ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି କଂଗ୍ରେସରୁ ବହିଷ୍କୃତ ହେଲେ । ସେ ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ । ଦଳ ବିରୋଧୀ କାର୍ଯ୍ୟ, ବିଶୃଙ୍ଖଳିତ ଆଚରଣ ପାଇଁ ବହିଷ୍କୃତ ହୋଇଛନ୍ତି । ଏନେଇ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର ସୁଚନା ଦେଇଛନ୍ତି ।
ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିଲେ ପ୍ରଫୁଲ୍ଲ ମାଝୀ । ୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ । ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ବିଜେପି ପ୍ରାର୍ଥୀ ଭବାନୀ ଶଙ୍କର ଭୋଇଙ୍କଠାରୁ ହାରିଯାଇଥିଲେ ପ୍ରଫୁଲ୍ଲ ମାଝୀ । କଂଗ୍ରସର ଟାଣୁଆ ଆଦିବାସୀ ନେତା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଦଳ ଛାଡିବା ପରେ ପ୍ରଫୁଲ୍ଲ ମାଝୀଙ୍କୁ ଦଳରୁ ବହିଷ୍କୃତ କରିବା ଦଳ ପାଇଁ ବଡ କ୍ଷତି ବୋଲି ରାଜନୈତିକ ମହଲରେ ମତ ପ୍ରକାଶ ପାଇଛି ।
