ଲଗାତର ଷଷ୍ଠ ଦିନରେ କମିଲା ସୁନା ଓ ରୁପା ମୂଲ୍ୟ, ଜାଣନ୍ତୁ କ’ଣ ରହିଛି ନୂଆ ଦର
ନୂଆଦିଲ୍ଲୀ : ଆଜି (ମଙ୍ଗଳବାର) ସୁନା ଓ ରୁପା ମୂଲ୍ୟରେ ହ୍ରାସ। ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୯୯୦ ଟଙ୍କା ଥିଲା । ଅନ୍ୟପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୪,୯୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୩୦ ଟଙ୍କା ଥିଲା ।
ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ଦରରେ ହ୍ରାସ ଘଟିଛି । ଲଗାତର ଷଷ୍ଠ ଦିନ ହେବ ସୁନା ଦରରେ କମି ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୯୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୮,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନାରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୯୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୪,୯୦୦ ଟଙ୍କା ଥିଲା । ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୩୦ ଟଙ୍କା ଥିଲା ।
