ସୁନା ଦରରେ ବୃଦ୍ଧି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର
ନୂଆଦିଲ୍ଲୀ : ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୨୫୦ ଟଙ୍କା ଓ ୫୯,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୪୦୦ ଟଙ୍କା ଓ ୫୯,୩୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୨୫୦ ଟଙ୍କା ଓ ୫୯,୧୬୦ ଟଙ୍କା ରହିଛି।ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୨୫୦ ଟଙ୍କା ଓ ୫୯,୧୬୦ ଟଙ୍କା ହୋଇଛି।
ଘରେ ବସି ସୁନା ଦର ଜାଣନ୍ତୁ :
ମୁଁ ଆପଣଙ୍କୁ କହିବି ଯେ ଆପଣ ଘରେ ବସି ଦରଗୁଡିକ ସହଜରେ ଜାଣିପାରିବେ । ଏଥିପାଇଁ ଆପଣଙ୍କୁ କେବଳ ଏହି ନମ୍ବର 8955664433 ରେ ଏକ ମିସ୍ କଲ୍ ଦେବାକୁ ପଡିବ ଏବଂ ଆପଣ ନିଜ ଫୋନରେ ଏକ ବାର୍ତ୍ତା ପାଇବେ, ଯେଉଁଥିରେ ଆପଣ ସର୍ବଶେଷ ହାର ଯାଞ୍ଚ କରିପାରିବେ ।
