ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ
ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହାଂଚିବ । ପୂର୍ବରୁ ଛତ୍ରପୁର, ପୁରୁଷୋତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏଁ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି । ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ୱାରା ସେ ଅଂଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି ।
