ଆଜି କେତେ ରହିଛି ସୁନା ଦର : ଦେଶରେ ବଢିଲା, ଓଡ଼ିଶାରେ ସ୍ଥିର
ନୂଆଦିଲ୍ଲୀ : ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୧୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୭୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୭୫୦ ଟଙ୍କା ଓ ୬୦,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୯୦୦ ଟଙ୍କା ଓ ୬୦,୯୭୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୫୦ ଟଙ୍କା ଓ ୬୦,୮୨୦ ଟଙ୍କା ଓ ରୁପା ମୂଲ ୭୬,୨୦୦ ଟଙ୍କା ରହିଛି । ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୫୦ ଟଙ୍କା ଓ ୬୦ ,୮୨୦ ଟଙ୍କା ହୋଇଛି। ରହିଥିବା ନେଇ ରେକର୍ଡ ହୋଇଛି।
