ଗତ ୨୪ ଘଂଟାରେ ମୟୁରଭଂଜ ପୋଲିସ ଦ୍ୱାରା ୧ ଲକ୍ଷ ୧୫ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଂଜ : ଗତ ୨୪ ଘଂଟା ମଧ୍ୟରେ ମୟୁରଭଂଜ ଜିଲ୍ଲା ପୋଲିସ ମୟୁରଭଂଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୧ ଲକ୍ଷ ୧୫ ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୪ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇଅଛି । ଜିଲ୍ଲାରୁ ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ କୌଣସି ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୪ ଜଣଙ୍କ ନାମରେ ୪ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଂଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
