ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୬୪ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଞ୍ଜ : ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲା ପୋଲିସ ମୟୁରଭଞ୍ଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୬୪ ହଜାର ୬୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୩ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଉଅଛି । ୨ ଜଣ ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୪ ଜଣଙ୍କ ନାମରେ ୪ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଞ୍ଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
