ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୭୧ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଞ୍ଜ : ଗତ ୨୪ ଘଂଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲା ପୋଲିସ ମୟୁରଭଞ୍ଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୭୧ ହଜାର ୪ ଶହ ଟଙ୍କା ଜୋରିମାନା ଆଦାୟ କରିଛି । ଗାଡି ଚେକିଂ ବେଳେ ୨ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯିବା କଥା ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୩ ଜଣଙ୍କ ନାମରେ ୩ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଞ୍ଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
