ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୮୮ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଞ୍ଜ : ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲା ପୋଲିସ ମୟୁରଭଞ୍ଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୮୮ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୨ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଉଅଛି । ଏହା ସହିତ ୪ ଜଣ ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ ସେମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି ।
