ଗତ ୨୪ ଘଣ୍ଟାରେ ମୟୁରଭଞ୍ଜ ପୋଲିସ ଦ୍ୱାରା ୮୯ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲା ପୋଲିସ ମୟୁରଭଂଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୮୯ ହଜାର ୯ଶହ ଟଙ୍କା ଜୋରିମାନା ଆଦାୟ କରିଛି । ଗାଡି ଚେକିଂ ବେଳେ ୨ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯିବା କଥା ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରେ ୯ ଜଣଙ୍କ ନାମରେ ୯ ଗୋଟି ଅବକାରୀ ମାମଲା ରୁଜୁ କରାଯାଇଛି ବୋଲି ଏ ସଂପର୍କରେ ମୟୁରଭଂଜ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି।
