ରାଜ୍ୟରେ ଖସୁଛି ସଂକ୍ରମଣ! ଆଉ ୧୪୫ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ ଶହ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ୬୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିଭଳି ଏହି ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୫ଜଣ ଥିବାବେଳେ ବାଲେଶ୍ୱରରୁ ୧୨ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୪ଜଣ, କଟକରୁ ୪ଜଣ, ଦେଓଗଡ଼ରୁ ଜଣେ, ଗଜପତିରୁ ୧୬ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୪ଜଣ, ଝାରସୁଗୁଡ଼ାରୁ ୮ଜଣ, କଳାହାଣ୍ଡିରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୨୫ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୪ଜଣ, ନୂଆପଡ଼ାରୁ ୨ଜଣ, ସମ୍ବଲପୁରରୁ ୧୭ଜଣ, ସୁନ୍ଦରଗଡ଼ରୁ ୧୬ଜଣ ଓ ରାଜ୍ୟ ପୁଲ୍ରୁ ୬ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୫,୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧,୫୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨,୭୫,୦୧୯ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଏବେ ସୁଦ୍ଧା ରାଜ୍ୟରେ ୨୯୫୦୧୪୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
