ଯାଜପୁର ରୋଡ୍ ଷ୍ଟେସନ ଅଘଟଣ : ଶୋକ ପ୍ରକାଶ ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନ ରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଏହି ଦୁର୍ଘଟଣାରେ ଆହତ ଦୁଇ ଜଣ ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
