ଜୱାଦ ପ୍ରଭାବ : ଆଜି ୧୯ ଜିଲାରେ ସ୍କୁଲ ବନ୍ଦ, ଜାଣନ୍ତୁ କେଉଁ ଜିଲା
ଭୁବନେଶ୍ୱର : ମାଡ଼ି ଆସୁଛି ବାତ୍ୟା ‘ଜୱାଦ’। ରବିବାର ଏହା ପୁରୀ ଜିଲା ଉପକୂଳ ଦେଇ ଅତିକ୍ରମ କରିପାରେ। ଏଥିପାଇଁ ଆଜି ଠାରୁ ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ୧୯ ଜିଲାରେ ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଉଭୟ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡ଼ିକ ବନ୍ଦ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ହୋଇଛି। ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ପ୍ରତାପ କୁୁମାର ମିଶ୍ର ଏନେଇ ସଂପର୍କିତ ଜିଲାଗୁଡ଼ିକୁ ଚିିଠି ଲେଖିଛନ୍ତି।
ବିିଜ୍ଞପ୍ତି ଅନୁୁସାରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ୍ ବନ୍ଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟାକୁ ଦେଖି ଗଣଶିକ୍ଷା ବିଭାଗ ଏପରି ନିଷ୍ପତ୍ତି ନେଇଛି। ସୂଚନା ଯେ, ବାତ୍ୟା ଆସୁଥିବାରୁ ଆଗୁଆ ପଦକ୍ଷେପ ନେଇଛି ଶିକ୍ଷା ବିଭାଗ। ପିଲାମାନଙ୍କର ସ୍ବାର୍ଥକକୁୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି। ପିଲାଙ୍କ ପାଇଁ ସ୍କୁଲ ଛୁଟି ଥିବା ବେଳେ ଶିକ୍ଷକ ଓ ଅନ୍ୟ କର୍ମଚାରୀ ସ୍କୁଲ ଆସିବାକୁ ନିର୍ଦ୍ଦେଶ ରହିଛି । ସ୍କୁଲରେ ରହି ଉପସ୍ଥିତ ରହି ଶିକ୍ଷକ ମାନେ ପ୍ରଶାସନକୁ ସହଯୋଗ କରିବେ।
