ମାର୍ଚ୍ଚ ୧ ତାରିଖଠାରୁ ଯୁକ୍ତ ୨ ପରୀକ୍ଷା, ଫ୍ରେବୃଆରୀ ୧ରୁ ହେବ ପ୍ରାକ୍ଟିକାଲ
ଭୁବନେଶ୍ୱର : ରାଜ୍ୟର ଆସନ୍ତା ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ପଢୁଥିବା ଛାତ୍ରଛାତ୍ରୀମାନେ ବୋର୍ଡ ପରୀକ୍ଷା ଦେବେ । ବାର୍ଷିକ ପରୀକ୍ଷା ନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ପ୍ରାପ୍ତ ସୂଚନା ଅନୁସାରେ ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ହେବ । ସେହିପରି କଳା ଓ ବାଣିଜ୍ୟ ବିଷୟରେ ୨ ତାରିଖରେ ହେବାକୁ ଥିବା ବେଳେ ମାର୍ଚ୍ଚ ୩ ତାରିଖରୁ ଧନ୍ଦାମୂଳକ ଶିକ୍ଷା ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସେହିପରି ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା ଫେବ୍ରୁଆରି ୧ ତାରିଖ ଠାରୁ ଆରମ୍ଭ ହୋଇ ୧୦ ତାରିଖ ମଧ୍ୟରେ ଶେଷ ହେବ ।
