ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବିଭିନ୍ନ ୧୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ୧୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦ ଗୋଟି ଓ ସାମୁହିକ ଦରଖାସ୍ତ ୩ ଗୋଟି ଗ୍ରହଣ କରାଯାଇଛି । ୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଏସ ଇ ଆର ଡବ୍ଲୁ ଏସ ଏସ ଇଂ. ବିଭୁ ପ୍ରସାଦ ପଣ୍ଡା, ଡିଏମଓ ଡ଼ଃ. ଦୈତ୍ୟ ନାରାୟଣ ପାଢ଼ୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ଉକ୍ତ ଶିବିରରେ ନିଶା ମୁକ୍ତ ଭାରତ ଅଭିଯାନ ପରିପ୍ରେକ୍ଷୀରେ ଜିଲ୍ଳା ଅବକାରୀ ବିଭାଗ ତରଫରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ବକୃତା ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।
