ଲୋଇସିଂହ ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ
ବଲାଙ୍ଗିର : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଲୋଇସିଂହ । ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଗ୍ରାମ ପଂଚାୟତ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଚଂଚଳ ରାଣା , ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ଲୋଇସିଂହ । ବିଡିଓ ଆକାଶ ରଞ୍ଜନ ସାହୁ ,ତହସିଲଦାର ସଙ୍ଘମିତ୍ରା କାଲୋ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଅଂଚଳର ବିଭିନ୍ନ ସମସ୍ୟା ମୂଳକ ମୋଟ ୧୩୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୧ ଗୋଟି ଗ୍ରାମ୍ୟ ସମସ୍ୟା ମୂଳକ ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମ ଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଲୋଇସିଂହ । ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଗ୍ରାମର ଦୁର୍ଯୋଧନ କଲେତ ଓ ମମତା କୁମ୍ଭାର ଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ର ଚେକ ପ୍ରଦାନ କରାଯାଇଥିଲା । ମଧୁବାବୁ ପେନସନ ଯୋଜନା ର ୧୫ ଜଣ ହିତାଧିକାରୀ ଙ୍କୁ ୫୦୦ ଟଙ୍କା ଭତ୍ତା ଏବଂ ଶୀତବସ୍ତ୍ର କ୍ରୟ ନିମନ୍ତେ ୩୦୦ ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ୪ ଜଣ ହିତାଧିକାରୀ ଙ୍କ ବିଧବା ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରୀପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ ଲୋଇସିଂହ । ବ୍ଲକ ଅନ୍ତର୍ଗତ ସରଗାଡ ଗ୍ରାମ ର ଦୟାନିଧି ବିଶ୍ୱାଳ ଓ ଲୁହୁରାମୁଣ୍ଡା ଗ୍ରାମ ର ଚମ୍ପାବତୀ ନାଗ ଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା I
