ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷରେ ଶୁଭେଚ୍ଛା ଜଣାଇଲେ ଜେପି ନଡ୍ଡା
ନୂଆଦିଲ୍ଲୀ : ବିଜେପି ସଭାପତି ଜେପି ନଡ୍ଡା ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ମୋର ସମସ୍ତ ଓଡ଼ିଆ ଭାଇ ଓ ଭଉଣୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
