ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୨୯ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୮୮ ଟି ଗାଡି ଚେକିଂ କରି ୨ ଜଣଙ୍କ ଡିଏଲ କ୍ୟାନ୍ସେଲ୍ କରାଯିବା ସହିତ ୨୯ ଜଣଙ୍କ ଠାରୁ ୧୯ ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଜିଲ୍ଲାରେ ୩ ଜଣଙ୍କ ନାମରେ ଅବକାରୀ ମାମଲା ରୁଜୁ କରାଯିବା ସହ ୩ ଜଣଙ୍କ ନାମରେ ନୋଟିସ ଜାରି କରାଯାଇଅଛି । ଏହା ସହିତ ଜିଲ୍ଲାରେ ମଦପାନ କରି ଗାଡିଚଲାଉଥିବା ଅପରାଧରେ ୧ ଜଣଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି
