ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୨୦ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
କନ୍ଧମାଳ : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୬୨ ଟି ଗାଡି ଚେକିଂ କରାଯିବା ସହିତ ୧ ଗୋଟି ଲୋକର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇଅଛି ଓ ୨୦ ଜଣଙ୍କ ଠାରୁ ୧୩ ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଜିଲ୍ଲାରେ ୨ ଜଣଙ୍କ ନାମରେ ଅବକାରୀ ମାମଲା ରୁଜୁ କରାଯିବା ସହ ୨୧ ଲିଟର ଦେଶୀ ମଦ ଜବତ କରାଯାଇଛି ଓ ୨ ଜଣଙ୍କ ନାମରେ ନୋଟିସ ଜାରି କରାଯାଇଅଛିି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
