ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୨୬ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
କନ୍ଧମାଳ : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୬୦ ଟି ଗାଡି ଚେକିଂ କରାଯିବା ସହିତ କୌଣସି ଲୋକର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇନାହିଁ ଓ ଏଥିସହିତ ୨୬ ଜଣଙ୍କଠାରୁ ୧୬ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଜିଲ୍ଲାରେ ୧ ଜଣଙ୍କ ନାମରେ ଅବକାରୀ ମାମଲା ରୁଜୁ କରାଯିବା ସହ ୫ ଲିଟର ଦେଶୀ ମଦ ଜବତ କରାଯାଇଛି ଓ ୧ ଜଣଙ୍କ ନାମରେ ନୋଟିସ ଜାରି କରାଯାଇଅଛିି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
